#Vastu & Astrology

🌷💐ଆଜିର ରାଶିଫଳ🌹🌷💐

🌷💐🌹ମହାବୀର ପଞ୍ଜିକା*🌹💐🌷
~~~~~
*ଅଦ୍ୟ ଫେବୃୟାରୀ ୦୮ ତାରିଖ ୨୦୨୦ମସିହା(ଶନିବାର)*
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ମାଘ -ଶୁକ୍ଳପକ୍ଷ
ତିଥି – ଚତୁର୍ଦ୍ଦଶୀ ଦିବା ଘ୦୩/୫୩ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣ୍ଣିମା ନକ୍ଷତ୍ର-ପୁଷ୍ୟା ରାତ୍ରି ଘ୧୦/୩୦ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା ଚନ୍ଦ୍ର- କର୍କଟ
ଯୋଗ-ଆୟୁଷ୍ମାନ
କରଣ-ବାଣିଜ୍ୟ
ସୂର୍ଯ୍ୟ -ମକର ୨୫ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୨୩/୧୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୧୫

ଯୋଗିନୀ ପଶ୍ଚିମେ ଦିବା ଘ ୦୩/୫୨ଗତେ ବାୟବ୍ୟେ ବୃଷ,ସିଂହ ଓ କନ୍ୟା ରାଶିର ଘାତବାର

ଅଦ୍ୟ ଚତର୍ଦ୍ଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ଓ ପୂର୍ଣ୍ଣିମାର ପାର୍ବଣ ଶ୍ରାଦ୍ଧ।

କାଳବେଳା – ଦିବାଘ୦୭/୫୦ମଧ୍ୟେ ଘ୦୪/୧୦ଗତେ ଘ୦୫/୪୦ମଧ୍ୟେ
ବାରବେଳା- ଦିବା ଘ୦୧/୨୪ଗତେ ଘ୦୨/୫୧ମଧ୍ୟେ


ଅମୃତବେଳା- ଦିବା ଘ୧୦/୧୨ ଗତେ ଘ୦୧/୦୨ମଧ୍ୟେ ଓ ରାତ୍ରି ଘ୦୮/୧୦ଗତେ ଘ୧୦/୪୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୫୩ ଗତେ ଘ୦୯/୧୫ମଧ୍ୟେ ଓ ରାତ୍ରି ଘ୦୭/୧୪ଗତେ ଘ୦୮/୫୦ମଧ୍ୟେ


ଅଦ୍ୟ ଆମିଷ ଦିବା ଘ୧୨/୫୪ ଗତେ ପାଣିକଖାରୁ ଭକ୍ଷଣ ନିଷେଧ


🌷ମେଷ🌷👉 : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

🌷ବୃଷ🌷👉 : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।

🌷ମିଥୁନ🌷👉 : ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

🌷କର୍କଟ🌷👉 : ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

🌷ସିଂହ🌷👉 : ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।

🌷କନ୍ୟା🌷👉 : ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

🌷ତୁଳା🌷👉: ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

🌷ବିଛା🌷👉 : ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

🌷ଧନୁ 🌷👉: ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

🌷ମକର 🌷👉: ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

🌷କୁମ୍ଭ🌷👉 : କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।

🌷ମୀନ🌷👉 : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।

Leave a comment

Your email address will not be published. Required fields are marked *