🌹🌷💐ଆଜିର ରାଶିଫଳ🌹🌷💐
🌷💐🌹
ଅଦ୍ୟ ଫେବୃୟାରୀ ୧୪ ତାରିଖ ୨୦୨୦ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଫାଲଗୁନ -କୃଷ୍ଣପକ୍ଷ
ତିଥି -ଷଷ୍ଠି ରାତ୍ରି ଘ୦୭/୦୨ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ନକ୍ଷତ୍ର-ଚିତ୍ରା ଦିବା ଘ୦୮/୩୪ ପର୍ଯ୍ୟନ୍ତ ତଦନ୍ତେ ସ୍ବାତୀ ଚନ୍ଦ୍ର-ତୁଳା
ଯୋଗ-ଗଣ୍ଡ
କରଣ-ଗର
ସୂର୍ଯ୍ୟ -କୁମ୍ଭ ୦୨ ଦିନ
ସୁର୍ୟୋଦୟ -ପ୍ରାତଃ ଘ୦୬/୨୦/୧୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୧୯
ଯୋଗିନୀ ପଶ୍ଚିମେ ରାତ୍ର ଘ ୦୭/୦୨ଗତେ ବାୟବ୍ୟେ ବିଛା,ଧନୁ ଓ ମୀନ ରାଶିର ଘାତବାର
ଅଦ୍ୟ ଷଷ୍ଠୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା ଓ ବାରବେଳା- ଦିବା ଘ୦୯/୦୫ଗତେ ଘ୧୦/୦୨ମଧ୍ୟେ
ଅମୃତବେଳା- ଦିବା ଘ୦୭/୫୦ମଧ୍ୟେ ଓ ଘ୦୧/୧୦ଗତେ ଘ୦୨/୩୯ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୫୫ ଗତେ ଘ୦୯/୦୪ମଧ୍ୟେ ଓ ଘ୧୨/୨୪ଗତେ ଘ୦୧/୫୬ମଧ୍ୟେ
ଅଦ୍ୟ ନିମ୍ବ ରାତ୍ରି ଘ୦୭/୦୨ ଗତେ ତାଳ ଭକ୍ଷଣ ନିଷେଧ
———————-
🌷ମେଷ🌷👉 – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
🌷ବୃଷ🌷👉 – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
🌷ମିଥୁନ🌷👉 – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ | ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।
🌷କର୍କଟ🌷👉 – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |
🌷ସିଂହ🌷👉 – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |
🌷କନ୍ୟା🌷👉 – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
🌷ତୁଳା🌷👉 – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
🌷ବିଛା🌷👉 – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
🌷ଧନୁ🌷👉 – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
🌷ମକର🌷👉 – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |
🌷କୁମ୍ଭ 🌷👉– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |
🌷ମୀନ🌷👉 – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |