🌹🌷💐ଆଜିର ରାଶିଫଳ🌹🌷💐
🌷💐🌹
ଅଦ୍ୟ ଫେବୃୟାରୀ ୧୬ ତାରିଖ ୨୦୨୦ମସିହା(ରବିବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଫାଲଗୁନ -କୃଷ୍ଣପକ୍ଷ
ତିଥି -ଅଷ୍ଠମୀ ଦିବା ଘ୦୩/୫୨ ପର୍ଯ୍ୟନ୍ତ ତଦନ୍ତେ ନବମୀ ନକ୍ଷତ୍ର-ଅନୁରାଧା ଚନ୍ଦ୍ର-ବିଛା
ଯୋଗ-ଧୃବ
କରଣ-କୌଳବ
ସୂର୍ଯ୍ୟ -କୁମ୍ଭ ୦୫ ଦିନ
ସୁର୍ୟୋଦୟ -ପ୍ରାତଃ ଘ୦୬/୧୯/୧୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୦୯
ଯୋଗିନୀ ଐଶାନ୍ୟେ ଦିବା
ଘ ୦୩/୫୫ଗତେ ପୂର୍ବେ ମେଷ ରାଶିର ଘାତବାର
ଅଦ୍ୟ ଅଷ୍ଟମୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା ଓ ବାରବେଳା- ଦିବା ଘ୧୦/୩୫ଗତେ ଘ୦୧/୨୫ମଧ୍ୟେ
ଅମୃତବେଳା- ଦିବା ଘ୦୭/୧୦ ଗତେ ଘ୧୦/୦୨ମଧ୍ୟେ ଓ ରାତ୍ରି ଘ୦୭/୨୩ଗତେ ଘ୦୯/୦୩ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୯/୧୦ ଗତେ ଘ୧୦/୩୩ମଧ୍ୟେ ଓ ଘ୦୧/୨୪ଗତେ ଘ୦୨/୪୬ମଧ୍ୟେ
*ଅଦ୍ୟ ନଡିଆ ଦିବା ଘ୦୩/୫୨ ଗତେ ଲାଉ ଭକ୍ଷଣ ନିଷେଧ
🌹🌷💐ଆଜିର ରାଶିଫଳ🌹🌷💐
———————-
🌷ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।