#Vastu & Astrology

🌹🌷💐ଆଜିର ରାଶିଫଳ🌹🌷💐

🌷💐🌹
ଅଦ୍ୟ ମାର୍ଚ୍ଚ ୦୭ ତାରିଖ ୨୦୨୦ମସିହା(ଶନିବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଫାଲଗୁନ -ଶୁକ୍ଳପକ୍ଷ
ତିଥି -ଦ୍ବାଦଶୀ ଦିବା ଘ୦୯/୧୮ ପର୍ଯ୍ୟନ୍ତ ତ୍ରୟୋଦଶୀ ନକ୍ଷତ୍ର-ପୁଷ୍ୟା ଦିବା ଘ୦୯/୨୫ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା ଚନ୍ଦ୍ର-କର୍କଟ
ଯୋଗ-ଅତିଗଣ୍ଡ
କରଣ-ବାଳବ
ସୂର୍ଯ୍ୟ -କୁମ୍ଭ ୨୪ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୦୫/୦୬

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୦୪

ଯୋଗିନୀ ନୈଋତକୋଣେ ଦିବା ଘ୦୯/୧୮ ଗତେ ଦକ୍ଷିଣେ ବୃଷ,ସିଂହ,କନ୍ୟା ରାଶିର ଘାତବାର

ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୭/୩୫ମଧ୍ୟେ ଓ ଘ୦୪/୪୦ଗତେ ଘ୦୫/୫୧ମଧ୍ୟେ
ବାରବେଳା- ଦିବା ଘ୦୧/୨୩ଗତେ ଘ୦୨/୫୫ମଧ୍ୟେ


ଅମୃତବେଳା- ଦିବା ଘ୧୧/୫୮ ଗତେ ଘ୦୧/୨୨ମଧ୍ୟେ ଓ ଘ୦୨/୫୫ଗତେ ଘ୦୪/୨୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୭/୩୬ଗତେ ଘ୦୯/୦୦ମଧ୍ୟେ ଓ ରାତ୍ରି ଘ୦୭/୨୯ଗତେ ଘ୦୮/୫୫ମଧ୍ୟେ


ଅଦ୍ୟ ପୋଇ ଦିବା ଘ୦୯/୧୯ ଗତେ ବାଇଗଣ ଭକ୍ଷଣ ନିଷେଧ

———————-
🌹ମେଷ🌹👉ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

🌹ବୃଷ🌹👉ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।

🌹ମିଥୁନ🌹👉ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବାରୁଦ ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

🌹କର୍କଟ🌹👉ଆଜି ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସମାଧାନର ଆଶା କରିପାରନ୍ତି।

🌹ସିଂହ🌹👉ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।

🌹କନ୍ୟା🌹👉ଆଜି ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ। ତଥାପି ଖଳକଥାରେ ପ୍ରଭାବିତ ହୋଇ ଚିତ୍ରା ନକ୍ଷତ୍ର ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।

🌹ତୁଳା🌹👉ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

🌹ବିଛା🌹👉ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

🌹ଧନୁ🌹👉କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍‌କ୍ତ ହୋଇପାରନ୍ତି। ଦିନର ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

🌹ମକର🌹👉ଆଜି କୌଣସି କାମରେ ସାହାଯ୍ୟ କରିବାକୁ ମନ ବଳିବ।କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

🌹କୁମ୍ଭ🌹👉ଆଜି ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ। ତଥାପି କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।

🌹ମୀନ🌹👉ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।

Leave a comment

Your email address will not be published. Required fields are marked *