*🌹🌷💐ଆଜିର ରାଶିଫଳ🌹🌷💐*
🌷🌹💐🌷
ଅଦ୍ୟ ମଇ ୧୨ ତାରିଖ ୨୦୨୦ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଜ୍ୟେଷ୍ଠ -କୃଷ୍ଣପକ୍ଷ
ତିଥି -ପଞ୍ଚମୀ ପ୍ରାତଃ ଘ୦୫/୩୯ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ ନକ୍ଷତ୍ର-ଉତ୍ତରାଷାଢା ରାତ୍ରି ଘ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ଶ୍ରବଣା ଚନ୍ଦ୍ର-ଧନୁ ଦିବା ଘ୧୦/୪୩ ପର୍ଯ୍ୟନ୍ତ ତଦନ୍ତେ ମକର
ଯୋଗ-ଶୁଭ
କରଣ-ତୈତିଳ
ସୂର୍ଯ୍ୟ -ମେଷ ୩୦ ଦିନ
ସୁର୍ୟୋଦୟ -ପ୍ରାତଃ ଘ୦୫/୧୫/୩୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୩୪
ଯୋଗିନୀ ଦକ୍ଷିଣେ ପ୍ରାତଃ ଘ୦୫/୩୯ଗତେ ପଶ୍ଚିମେ
ସିଂହ ରାଶିର ଘାତଚନ୍ଦ୍ର ମକର ରାଶିର ଘାତବାର ଅଦ୍ୟ ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା -ଦିବା ଘ୦୧/୦୦ଗତେ ଘ୦୨/୫୯ମଧ୍ୟେ
ବାରବେଳା-ଦିବା ଘ୦୬/୫୦ଗତେ ଘ୦୮/୨୯ମଧ୍ୟେ
ଅମୃତବେଳା-ଦିବା ଘ୦୮/୩୦ଗତେ ଘ୧୦/୦୨ମଧ୍ୟେ ଓ ଘ୧୧/୪୨ଗତେ ଘ୧୨/୫୭ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୧୦/୦୫ଗତେ ଘ୧୧/୪୪ ମଧ୍ୟେ ଓ ଘ୦୩/୦୦ଗତେ ଘ ୦୪/୩୫ ମଧ୍ୟେ
*ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ
———————-
🌹ମେଷ🌷👉ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
🌹ବୃଷ🌷👉ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
🌹ମିଥୁନ🌷👉ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
🌹କର୍କଟ🌷👉ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
🌹ସିଂହ🌷👉ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
🌹କନ୍ୟା🌷👉ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
🌹ତୁଳା🌷👉ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
🌹ବିଛା🌷👉ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
🌹ଧନୁ🌷👉ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
🌹ମକର🌷👉ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।
*🌹କୁମ୍ଭ🌷👉 *ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।*
🌹ମୀନ🌷👉 ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।