୧୭ରୁ ଖୋଲିବ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ; କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ, ଅଣଶିକ୍ଷକ କର୍ମଚାରୀ

ଭୁବନେଶ୍ବର : ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଆସନ୍ତା ଜୁନ୍ ୧୭ରୁ ଖୋଲିବ। ସେହିପରି ସବୁ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ରାଜ୍ୟ ସରକାରଙ୍କ ଅଧୀନ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଜୁନ୍ ୧୭ରୁ ଖୋଲାଯିବ। ଫଳରେ ସବୁ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେବେ। ସେହିପରି ସବୁ ଶିକ୍ଷକ, ଅଧିକାରୀ ଏବଂ ଅଣ ଶିକ୍ଷକ କର୍ମଚାରୀ ମଧ୍ୟ କାର୍ଯ୍ୟରେ ଯୋଗ ଦେବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି। ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କର୍ମଚାରୀମାନେ ରାଜ୍ୟ ସରକାରଙ୍କ କୋଭିଡ୍-୧୯ ମାର୍ଗଦର୍ଶିକା ଅନୁପାଳନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିର୍ଦେଶରେ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ବତ ମିଶ୍ର ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କୁଳସଚିବ ଏବଂ ସରକାରୀ/ବେସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।