ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୧୪ଟି ଜିଲ୍ଲାରେ ରହିଛି ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରଭାବ ସଂପ୍ରତି ରାଜ୍ୟ ଉପରେ ନଥିବା ବେଳେ ଉତ୍ତର ଛତିଶଗଡ଼ ଏବଂ ତତ୍ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟରରୁ ୪.୫ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଅନ୍ୟପକ୍ଷରେ ଗତକାଲି ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ଥିବା ଟ୍ରଫ ଲାଇନ ଏବେ ଉତ୍ତର-ଦକ୍ଷିଣ ବିହାରରୁ ଉତ୍ତର ଉପକୂଳ ଓଡିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନ ଠାରୁ ୨.୧ ରୁ ୩.୧ କିଲୋମିଟର ଉଚ୍ଚତା ମଧ୍ୟରେ ବିସ୍ତତ ହୋଇ ରହିଛି। ଫଳରେ, ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହ ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।