ଓଡିଶା ଫେରନ୍ତା ଶ୍ରମିକଙ୍କ ଖାଦ୍ୟ ସୁରକ୍ଷାକୁ ପ୍ରାଥମିକତା; ଅଧିକାରୀଙ୍କୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ବ୍ୟୁରୋ) : ଓଡିଶା ଫେରୁଥିବା ଶ୍ରମିକଙ୍କୁ ଖାଦ୍ୟ ସୁରକ୍ଷା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ତା’ଛଡା ନରେଗା ଯୋଜନାରେ ଶ୍ରମ ଯୋଗାଇ ଦେବାକୁ ୧୦ ଲକ୍ଷ ମାନବ ଦିବସ ସୃଷ୍ଟି କରିବାକୁ ମଧ୍ୟ ସେ ନିର୍ଦେଶ ଦେଇଛନ୍ତି।ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ବିଭିନ୍ନ ଜିଲାରେ ଥିବା ପର୍ଯ୍ୟବେକ୍ଷକଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଥିଲେ। ଏହି ଆଲୋଚନା ବେଳେ ସେ ଓଡିଶା ଫେରନ୍ତା ଶ୍ରମିକଙ୍କ […]