ଆଦିବାସୀ ମହାବିଦ୍ୟାଳୟର ୩୯ତମ ବାର୍ଷିକ ଉତ୍ସବ ପାଳିତ: ଭିତ୍ତିଭୂମି ସଜାଡ଼ିବାକୁ ସାଂସଦଙ୍କ ପ୍ରତିଶ୍ରୁତି
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୩୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡଃ.ଅଚ୍ୟୁତ ସାମନ୍ତ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା ଯୋଗଦେଇ ଶିକ୍ଷାଦାନରେ ଅଧ୍ୟାପକଙ୍କ ଦାୟିତ୍ଵ […]